ସମ୍ବଲପୁର : ସମ୍ବଲପୁରରେ କର୍ଫ୍ୟୁ ଭିତରେ କଟକଣାକୁ କୋହଳ କରିଛି ପ୍ରଶାସନ । ଅପରାହ୍ଣ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୫ଟା ପର୍ୟ୍ୟନ୍ତ କଟକଣା କୋହଳ କରାଯାଇଛି । ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପୂର୍ବ ଘୋଷଣା ଅନୁସାରେ, କଟକଣାକୁ ୨ଘଂଟା କୋହଳ କରିଛି ପ୍ରଶାସନ । ଏହି ସମୟରେ ସାଧାରଣ ଲୋକ ଘରୁ ପଦାକୁ ବାହାରି ସେମାନଙ୍କ ଆବଶ୍ୟକ ଜିନିଷ କିଣିପାରିବେ ଏବଂ ଜରୁରୀ କାର୍ୟ୍ୟ କରିପାରିବେ । ପ୍ରଶାସନର ନିଷ୍ପତି ଅନୁସାରେ, ସକାଳ ୮ଟାରୁ ୧୦ଟା ଯାଏଁ ଏବଂ ଅପରାହ୍ଣ ସାଢେ ୩ଟାରୁ ସନ୍ଧ୍ୟା ସାଢେ ୫ଟା ଯାଏଁ ଜରୁରୀ କାମର ବାହାରକୁ ବାହାରିପାରିବେ ଲୋକେ । କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଆତ୍ୟାବଶ୍ୟକ ସେବା ବ୍ୟତିତ ଅନ୍ୟ ସବୁ କିଛି ବନ୍ଦ ରହିବ । ସେହିପରି ଟ୍ରେନ ଯାତ୍ରୀ ଓ ବିମାନ ଯାତ୍ରୀ, ଟିକେଟ ଦେଖାଇ ଯାଇପାରିବେ । ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ୨୪ ଘଂଟିଆ ହେଲପଲାଇନ ନଂବର ଜାରି କରାଯାଇଛି । ହେଲପ ଲାଇନ ନମ୍ବର ହେଉଛି ୭୬୫୫୮୦୦୭୬୦ । ତେବେ କୋହଳ ସମୟ ବ୍ୟତିତ ସାଧାରଣ ଲୋକ ଅନ୍ୟ ସମୟରେ ପଦାକୁ ବାହାରିଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଘୋଷଣା କରାଯାଇଛି ।
ତେବେ ଏହି ସମୟରେ ଯେମିତି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ତା ଉପରେ ସତର୍କ ନଜର ରଖିଛି ପୋଲିସ ପ୍ରଶାସନ । ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟରେ, ଦିନକୁ ଦୁଇଥର କଟକଣା କୋହଳ ହେବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ସମ୍ବଲପୁରରେ ୨ ଘଣ୍ଟା ପାଇଁ କୋହଳ ହେଲା କର୍ଫ୍ୟୁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...