ମୟୁରଭଞ୍ଜ : ମୟୁରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତୁର ସ୍ଥାପନ । ରେଳ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ବାଙ୍ଗିରିପୋଷି-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶାଳା ପ୍ରକଳ୍ପ , ବାଦାମପାହାଡ-କେନ୍ଦୁଝରଗଡ ରେଳ ଲାଇନର ଭିତ୍ତି ପ୍ରସ୍ତର ସ୍ଥାପନ କଲେ । ଏହା ସହ ଭର୍ଚୁଆଲ ମୋଡରେ ରାିରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର , ରାଇରଙ୍ଗପୁର ଦାଣ୍ଡବୋଷ ବିମାନ ବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତୁର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ , କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ , ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଯୋଗ ଦେଇଛନ୍ତି ।
Views: 48











