The Ultimate Managed Hosting Platform
ADVERTISEMENT

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ: ୨ ମୃତ, ୭ ଆହତ

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଇଟାଓ୍ଵାର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଏବଂ ଟ୍ରକ୍ ମଧ୍ୟରେ ଧକ୍କା । ଫଳରେ ୨ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ହୋଇଥିବା ସମସ୍ତଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସ୍ଲିପର ବସକୁ ପଛପଟୁ ଧକ୍କା ଦେଇଛି ଟ୍ରକ । ଖବର ମୁତାବକ, ଉତ୍ତରପ୍ରଦେଶର କାନପୁର- ଆଗ୍ରା ଜାତୀୟ ରାଜପଥର ଇଟାୱାରେ ଏଭଳି ଦୁର୍ଘଟଣା ଘଟିଛି । କାନପୁରରୁ ଉଦୟପୁର ଅଭିମୁଖେ ଯାଉଥିବା ଏକ ସ୍ଲିପର କୋଚ ବସ ରାସ୍ତାକଡରେ କିଛି ସମୟ ପାଇଁ ଅଟକିଥିଲା । ବସ୍ରେ ୬୦ ଜଣ ଯାତ୍ରୀ ଥିଲେ । ଏହି ସମୟରେ ପଛପଟୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ବସ୍କୁ ଧକ୍କା ଦେଇଥିଲା । ଫଳରେ ବସଟି ଦୁଇଟି ମୋଟରସାଇକେଲ ଏବଂ ଅଟୋ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା । ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ଲୋକ ଆହତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login