ଆନ୍ଧ୍ରପ୍ରଦେଶ : ଆନ୍ଧ୍ର ପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା । ଖାଇକୁ ଖସିଲା ଯାତ୍ରୀବାହୀ ବସ୍, ୯ ମୃତ, ଅନେକ ଆହତ । ଅଲ୍ଲୁରୀ-ସୀତାରାମ ରାଜୁ ଜିଲ୍ଲାର ମରେଦୁମିଲ୍ଲି ଘାଟିରେ ଗତ ରାତିରେ ଘଟିଛି ଏହି ଦୁର୍ଘଟଣା । ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଘାଟି ରୋଡ୍ ଦେଇ ଯାଉଥିବା ବେଳେ ଏକ ଖାଲକୁ ଖସି ପଡ଼ିଥିଲା । ଯାତ୍ରୀମାନଙ୍କ ସୂଚନା ଅନୁସାରେ, ବସ୍ ଡ୍ରାଇଭର ନିୟନ୍ତ୍ରଣ ହରାଇ ଘାଟି ପାର୍ଶ୍ୱରେ ଥିବା ସୁରକ୍ଷା ପ୍ରାଚୀରକୁ ଧକ୍କା ଦେଇଥିଲା । ଦୁର୍ଘଟଣାସ୍ଥଳରେ ନେଟୱର୍କ ସମସ୍ୟା ଥିବାରୁ ଉଦ୍ଧାରକାରୀ ଦଳ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହୋଇଥିଲା । ଅନେକ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ । ବସ୍ ଟି ଆନ୍ଧ୍ରପ୍ରଦେଶର ଚିତ୍ତୁର ଜିଲ୍ଲାର ଭଦ୍ରାଞ୍ଚଳରୁ ଆନ୍ନାଭାରାମ ଅଭିମୁଖେ ଯାଉଥିଲା । ଚିତ୍ତୁର-ମାରେଦୁମିଲ୍ଲି ଘାଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ଏନେଇ ଦୁଃଖ ପ୍ରକାଶ କରିଛନ୍ତି । ବସଟି ୩୭ ଜଣ ତୀର୍ଥ ଯାତ୍ରୀଙ୍କୁ ନେଇ ଚିତ୍ତୁର ଜିଲ୍ଲାରୁ ବାହାରିଥିଲା ।
ଯାତ୍ରୀବାହୀ ବସ ଦୁର୍ଘଟଣା , ୯ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











