The Ultimate Managed Hosting Platform
ADVERTISEMENT

ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ

Facebook
Twitter
LinkedIn

ଭୁବନେଶ୍ୱର : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ । ପ୍ରେସମିଟରେ ଉଚ୍ଚଶିକ୍ଷୀମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା । ତେବେ ଏଥିରେ କେଉଁମାନେ ଆବେଦନ କରିପାରିବେ ଓ କେଉଁମାନେ କରିପାରିବେ ନାହିଁ ସେ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଥିଲା । ପ୍ରଥମ ପର୍ୟ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ୟ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଥିଲା। ତେବେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ୟ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ୟ୍ୟାୟରେ ଅଂଶଗ୍ରହଣ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧୨ ତାରିଖରୁ ଆରମ୍ଭ ହୋଇଛି ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ୟ୍ୟାୟ ଆବେଦନ ପ୍ରକ୍ରିୟା । ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ପର୍ୟ୍ୟନ୍ତ ଚାଲିବ । ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ୟ୍ୟାୟରେ ୧ ଲକ୍ଷ ୭୭ ହଜାର ୬୭୩ ଜଣ ନାମ ଲେଖାଇଥିବା ବେଳେ, ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ୟ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ୟ୍ୟାୟ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ୩ ତାରିଖ ସକାଳ ୧୦ଟାରୁ ୬ ତାରିଖ ସଂଧ୍ୟା ୫ଟା ଭିତରେ ନାମ ଲେଖାଇବେ । ଅନ୍ୟପଟେ ଛାତ୍ର ସଂସଦ ନିର୍ବାଚନ ନେଇ ସରକାର ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login