ଭୁବନେଶ୍ୱର : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ । ପ୍ରେସମିଟରେ ଉଚ୍ଚଶିକ୍ଷୀମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା । ତେବେ ଏଥିରେ କେଉଁମାନେ ଆବେଦନ କରିପାରିବେ ଓ କେଉଁମାନେ କରିପାରିବେ ନାହିଁ ସେ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଥିଲା । ପ୍ରଥମ ପର୍ୟ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ୟ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଥିଲା। ତେବେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ୟ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ୟ୍ୟାୟରେ ଅଂଶଗ୍ରହଣ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧୨ ତାରିଖରୁ ଆରମ୍ଭ ହୋଇଛି ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ୟ୍ୟାୟ ଆବେଦନ ପ୍ରକ୍ରିୟା । ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ପର୍ୟ୍ୟନ୍ତ ଚାଲିବ । ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ୟ୍ୟାୟରେ ୧ ଲକ୍ଷ ୭୭ ହଜାର ୬୭୩ ଜଣ ନାମ ଲେଖାଇଥିବା ବେଳେ, ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ୟ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ୟ୍ୟାୟ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ୩ ତାରିଖ ସକାଳ ୧୦ଟାରୁ ୬ ତାରିଖ ସଂଧ୍ୟା ୫ଟା ଭିତରେ ନାମ ଲେଖାଇବେ । ଅନ୍ୟପଟେ ଛାତ୍ର ସଂସଦ ନିର୍ବାଚନ ନେଇ ସରକାର ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ।
ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











