ଭୁବନେଶ୍ୱର : ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଛାତ୍ରଙ୍କୁ ବାର୍ଷିକ ମିଳିବ ୯ ହଜାର , ଛାତ୍ରୀଙ୍କୁ ମିଳିବ ୧୦ ହଜାର । ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ସୂଚନା ଦେଲେ ୫ଟି ଅଧ୍ୟକ୍ଷ । ଯାଜପୁରରେ ଆମ ଓଡିଶା , ନବୀନ ଓଡିଶା କାର୍ଯ୍ୟକ୍ରମରେ ସୂଚନା । ଆସନ୍ତା ୨୫ରୁ ୨୭ ତାରିଖ ମଧ୍ୟରେ ପିଲାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇବେ । ସେହିଭଳି ପାଖାପାଖି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇବେ । ପ୍ରତିବର୍ଷ ଏହି ଛାତ୍ରବୃତ୍ତି ମିଳିବ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ଏହି ଛାତ୍ରବୃତ୍ତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ ।
Views: 73