ଭୁବନେଶ୍ୱର : ଯୋଗେଶ ବାହାଦୂର ଖୁରାନିଆ ହେଲେ ନୂଆ ଡିଜିପି । ନୂଆ ଡିଜିପି ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ୧୯୯୦ ବ୍ୟାଚର ଆଇପିଏସ୍ ହେଉଛନ୍ତି ଖୁରାନିଆ । ସେ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ ଭୁବନେଶ୍ୱର-କଟକ କମିସନରେଟ ପୁଲିସର କମିସନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଏସପି ଭାବେ କାର୍ୟ୍ୟ କରିଛନ୍ତି। ଏଥି ସହିତ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଛନ୍ତି।
Views: 39