The Ultimate Managed Hosting Platform
ADVERTISEMENT

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Facebook
Twitter
LinkedIn

ପୁରୀ : ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏଏସଆଇ ଡିଜିଙ୍କୁ ଚିଠି ଲେଖିଥିବା ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ଶ୍ରୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି । ଉନ୍ନତମାନର ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକଙ୍କ ନିବେଦନ । ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରିବାକୁ ଅନୁରୋଧ କରାଯାଇଛି। ଏହାଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ଚିଠିରେ ଉଲ୍ଲେଖ କରାଯାଇଛି । ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ଏଏସଆଇ କୁ ଅନୁରୋଧ କରାଯାଇଛି। ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଆଣି ସୁରକ୍ଷିତ ରଖାଯିବ ବୋଲି ମୁଖ୍ୟ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login