The Ultimate Managed Hosting Platform
ADVERTISEMENT

ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ଅପେକ୍ଷା ରଥ ଟାଣିବା ପାଇଁ

Facebook
Twitter
LinkedIn

ପୁରୀ : ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି। ବଡ଼ଦାଣ୍ଡରେ ଗହଳି ବଢ଼ିଛି। ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ତିନି ଠାକୁରଙ୍କ ପହଣ୍ଡି ବିଜେ ନୀତି ସମ୍ପନ୍ନ ହୋଇଛି । ରଥାରୂଢ ହେଲେ ୩ ଠାକୁର । ରଥରେ ଅନ୍ୟାନ୍ୟ ନୀତିକାନ୍ତି ପରେ ରଥଟଣା ଆରମ୍ଭ ହେବ । ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରି ଯିବେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ମହାପ୍ରଭୁଙ୍କ ଅପେକ୍ଷାରେ ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ । ସଜେଇ ହୋଇଛି ଶ୍ରୀମନ୍ଦିର । ପୁଷ୍ପ ରୂପକ ବର୍ଷା ମହାପ୍ରଭୁଙ୍କ ସ୍ବାଗତ ଜଣାଇବା ପାଇଁ ବର୍ଷୁଛି । ହଜାର ହଜାର ଭକ୍ତଙ୍କ ସମାଗମ ହେଲାଣି ପବିତ୍ର ବଡ ଦାଣ୍ଡରେ । ମହାପ୍ରଭୁଙ୍କ ରଥ ଟାଣିବାକୁ ଭକ୍ତ ମାନେ ଉତ୍କଣ୍ଠା ସହ ଅପେକ୍ଷା କରିଛନ୍ତି । ବଡଦାଣ୍ଡ ଭକ୍ତିମୟ ହୋଇ ଉଠିଛି । ଝାଞ୍ଜ, କୀର୍ତ୍ତନ, ଜୟ ଜଗନ୍ନାଥ ଧ୍ବନିରେ ବଡ ଦାଣ୍ଡ କମ୍ପୁଚି। ଓଡ଼ିଶୀ ନୃତ୍ୟ ଶିଳ୍ପୀ ମାନେ ମହାପ୍ରଭୁଙ୍କ ରଥ ଆଗରେ ନିଜର ନୃତ୍ୟ ପରିବେଷଣ କରି ନିଜକୁ ଧନ୍ୟ ମନେ କରୁଚନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login