ନୂଆଦିଲ୍ଲୀ : ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ । ଛତିଶଗଡ଼ର ଦୁର୍ଗ ଜିଲ୍ଲାର ଚନ୍ଦକୁରୀ ଗାଁରେ ଥିବା ରାକେଶ ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଧାନ ଓ ଅଖାବସ୍ତା ଜଳି ପାଉଁଶ ହୋଇଯାଇଛି।
ରାଇସ୍ ମିଲରେ ନିଆଁ ଏତେ ଦ୍ରୁତ ଗତିରେ ବ୍ୟାପିଥିଲା ଯେ ଦେଖୁ ଦେଖୁ ପୂରା ରାଇସ୍ ମିଲ୍ ନିଆଁ କବଳକୁ ଚାଲିଆସିଥିଲା। ପାଖାପାଖି ୪ରୁ ୫ ଘଣ୍ଟା କଠିନ ପରିଶ୍ରମ ପରେ ୧୫ଟି ଅଗ୍ନିଶମ ବାହିନୀ ଗାଡି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁସାରେ, ରବିବାର ରାତି ପ୍ରାୟ ୧୦ଟା ବେଳେ ରାକେଶ ରାଇସ୍ ମିଲରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା। ରାତି ପ୍ରାୟ ୧୧ଟା ସୁଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ, ହେଲେ ସେତେବେଳକୁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା। ତେବେ ରାଇସ୍ ମିଲରେ କିପରି ନିଆଁ ଲାଗିଲା, ତାହା ଏ ପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି।
ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











