ନୂଆଦିଲ୍ଲୀ : ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ । ଛତିଶଗଡ଼ର ଦୁର୍ଗ ଜିଲ୍ଲାର ଚନ୍ଦକୁରୀ ଗାଁରେ ଥିବା ରାକେଶ ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଧାନ ଓ ଅଖାବସ୍ତା ଜଳି ପାଉଁଶ ହୋଇଯାଇଛି।
ରାଇସ୍ ମିଲରେ ନିଆଁ ଏତେ ଦ୍ରୁତ ଗତିରେ ବ୍ୟାପିଥିଲା ଯେ ଦେଖୁ ଦେଖୁ ପୂରା ରାଇସ୍ ମିଲ୍ ନିଆଁ କବଳକୁ ଚାଲିଆସିଥିଲା। ପାଖାପାଖି ୪ରୁ ୫ ଘଣ୍ଟା କଠିନ ପରିଶ୍ରମ ପରେ ୧୫ଟି ଅଗ୍ନିଶମ ବାହିନୀ ଗାଡି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁସାରେ, ରବିବାର ରାତି ପ୍ରାୟ ୧୦ଟା ବେଳେ ରାକେଶ ରାଇସ୍ ମିଲରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା। ରାତି ପ୍ରାୟ ୧୧ଟା ସୁଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ, ହେଲେ ସେତେବେଳକୁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା। ତେବେ ରାଇସ୍ ମିଲରେ କିପରି ନିଆଁ ଲାଗିଲା, ତାହା ଏ ପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଆଶଙ୍କା କରାଯାଉଛି।
ରାଇସ୍ ମିଲରେ ଭୟଙ୍କର ଅଗ୍ନିକାଣ୍ଡ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...