ଭୁବନେଶ୍ୱର : ଭୁବନେଶ୍ୱରରେ ଅସହ୍ୟ ତାତି । ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୨ ଡିଗ୍ରୀ ରେକର୍ଡ । ଟ୍ୱିଟ ଯୋଗେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା । ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଉପାନ୍ତରୁ ଉପକୂଳ ଓଡ଼ିଶା ପର୍ୟ୍ୟନ୍ତ ଲୋକଙ୍କୁ ଗରମରୁ ନିସ୍ତାର ମିଳୁନାହିଁ। ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଗତକାଲି ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା । ବାରିପଦାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ରାଜଧାନୀ ତାପମାତ୍ରା ୩୯ ଡିଗ୍ରୀ ଅତିକ୍ରମ କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଗରମ ଓ ଗୁଳୁଗୁଳି ଅତିଷ୍ଠ କଲାଣି । ବାୟୁମଣ୍ଡଳର ତଳ ଭାଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଉଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଗାମୀ ଦୁଇରୁ ୩ ଦିନ ମଧ୍ୟରେ ରାଜ୍ୟର ଦିନ ତାପମାତ୍ରାରେ ଦୁଇରୁ ୩ ଡିଗ୍ରୀ ସେଲସିୟସ ପର୍ୟନ୍ତ ବୃଦ୍ଧି ପାଇବ। ଅର୍ଥାତ ୪୩ ଡିଗ୍ରୀ ଛୁଇଁବ ତାପମାତ୍ରା । ତେଣୁ ଆଗକୁ ଭୀଷଣ ଅସ୍ତବ୍ୟସ୍ତ କରିବ ଖରାର ପ୍ରକୋପ।
ପାଣିପାଗ ବିଜ୍ଞାନୀଙ୍କ କହିବା ଅନୁସାରେ ସାଧାରଣତଃ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ୱାଭାବିକ ରହିଥାଏ । ଗତବର୍ଷ ଏପ୍ରିଲ ଶେଷ ତାରିଖରେ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୫.୫ ଡିଗ୍ରୀ ରେକର୍ଡ ହୋଇଥିଲା । ଏଥର ବି ଉତ୍ତର- ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଶୁଷ୍କ ବାୟୁ ପ୍ରଭାବରେ ତାପମାତ୍ରା ଆହୁରି ବଢ଼ିବ ବୋଲି ଆକଳନ କରିଛନ୍ତି ବିଶେଷଜ୍ଞ । ଅନ୍ୟପଟେ ଦିନ ସମୟରେ ସ୍ଥଳଭାଗକୁ ସାମୁଦ୍ରିକ ବାୟୁ ପ୍ରବାହ କମିଥିବାରୁ ତାପମାତ୍ରା ବଢୁଥିବା କହିଛନ୍ତି ବରିଷ୍ଠ ପାଣିପାଗ ବିଜ୍ଞାନୀ ।
ରାଜଧାନୀରେ ଅସହ୍ୟ ତାତି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







