ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡି । ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ । ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨ ଦିନ ପରେ ରାତ୍ରିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା । ଭଉବନେଶ୍ୱର ଆଞ୍ଚଳିକ ପାଣଇପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଜି ଏବଂ ଆସନ୍ତାକାଲି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ୨୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ କାଲି ୧୨ ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।ଏହି ସବୁ ଜିଲ୍ଲାରେ ୫୦ ମିଟରରୁ ୨୦୦ ମିଟର ପର୍ୟ୍ୟନ୍ତ ଦୃଶ୍ୟମାନ ରହିବ ବୋଲି ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ରହୁଥିବା ବେଳେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଛି । ଫଳରେ ଉଭୟ ଦିନ ଏବଂ ରାତ୍ରୀର ତାପମାତ୍ରା କମିବା ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି ।
Views: 80