ଭୁବନେଶ୍ୱର : ଅଭିନେତା ତଥା ରାଜନେତା ଅନୁଭବଙ୍କ ଦ୍ୱିତୀୟ ଇନିଂସ ଆରମ୍ଭ । ଆଜି ରାଜସ୍ଥାନରେ ଡେଷ୍ଟିନେସନ ୱେଡିଂ କରିବେ ଅନୁଭବ ମହାନ୍ତି । ସବୁୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଶେଷରେ ଜାଗୃତିଙ୍କୁ ଦ୍ୱିତୀୟ ବିବାହ କରିବେ ଅନୁଭବ ମହାନ୍ତି । ହାତକୁ ଦି ହାତ ହେବେ ଲଭ ବାର୍ଡ । ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ । ମାର୍ଚ୍ଚ ୮ ତାରିଖରେ ଦୁଇ ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ନିର୍ବନ୍ଧ ଶେଷ ହୋଇଛି । ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗୃତି । ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ । ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା । ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା । ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା । ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା । ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା । ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା ।
ରାଜସ୍ଥାନରେ ଡେଷ୍ଟିନେସନ ୱେଡିଂ, ଆଜି ଅନୁଭବ ଓ ଜାଗୃତିଙ୍କ ବାହାଘର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











