The Ultimate Managed Hosting Platform
ADVERTISEMENT

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା

Facebook
Twitter
LinkedIn

ବାଲେଶ୍ୱର : ରାଜା ଚକ୍ରଙ୍କ ଓକିଲଙ୍କ ବିରୋଧରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ୱିବେଦୀ ନାଁରେ ମକଦ୍ଦମା । ୧ କୋଟି ତିନି ଲକ୍ଷ ଟଙ୍କା ଷ୍ଟେଟ ହେଡଙ୍କ ଆକାଉଣ୍ଟକୁ ଯାଇଥିବା ନେଇ ରାଜା ଚକ୍ରଙ୍କ ଓକିଲ ମନ୍ତବ୍ୟ ଦେଇଥିଲେ । ଏହା ବିରୋଧରେ ମାନହାନୀ ମକଦ୍ଦମା କରିଛନ୍ତି ମନମୋହନ ସାମଲ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନିଜ ଓକିଲଙ୍କ ସହ କୋର୍ଟକୁ ଯାଇଛନ୍ତି । ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି । ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login