ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି । ସପ୍ତାହକ ମଧ୍ୟରେ ଚିହ୍ନଟ ହେଲେ ୩ ସଂକ୍ରମିତ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ରାଜ୍ୟରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବାହାରକୁ ଗଲେ ମାସ୍କ ପିନ୍ଧିବା ସହ ଜନଗହଳି ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।
Views: 83