The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଏଚଏମପିଭି ସଂକ୍ରମଣ ନାହିଁ : ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଏଚଏମପିଭି ସଂକ୍ରମଣ ନେଇ କୈାଣସି ସୂଚନା ନାହିଁ । ତେଣୁ ଭୟଭୀତ ହେବାର ଆବଶ୍ୟକତା ନାହିଁ । ଏହା କହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଏବେ ସୁଦ୍ଧା ରାଜ୍ୟରୁ କେହି ଏଚଏମପିଭି ଭୂତାଣୁରେ ସଂକ୍ରମିତ ହୋଇଥିବା ରିପୋର୍ଟ ଆସିନି । ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ଯେତିକି ନମୁନା ପରୀକ୍ଷା ପାଇଁ ଯାଇଛି ସେ ସବୁ ନେଗେଟିଭ ଆସିଛି । ସାଧାରଣ ଥଣ୍ଡା ଜ୍ବର ଭଳି ଏହାର ଲକ୍ଷଣ । ଏହି ସିଜିନରେ ସାଧାରଣ ଭାବେ ଥଣ୍ଡା ଜ୍ବର ହୁଏ । କିନ୍ତୁ ରୋଗୀ ସଂଖ୍ୟା ଏତେ ଅଧିକ ହୋଇନାହିଁ । ତେଣୁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଏଚଏମପିଭିର କୌଣସି ପ୍ରଭାବ ପରିଲକ୍ଷିତ ହୋଇନାହିଁ । କିନ୍ତୁ ଓଡ଼ିଶା ସରକାର ସମସ୍ତ ପରିସ୍ଥିତି ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login