The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୬୮ କରୋନା ପଜିଟିଭ୍

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୨୦୬ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୯ ଜଣ ରହିଛନ୍ତି ।
ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜମ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।


ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୭୩୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୦୮୨୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login