
ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୪୫୭ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୨୮୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୭୮୪୭୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
Views: 237