The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୭୮ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୭୭୨ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୩୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login