The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୫ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login