The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୦ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login