The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୩୨ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୨୫ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୪୯୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୨୬୫୭୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login