The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୬୦ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସ୍ୱାମୀଙ୍କ ଅନୁପସ୍ଥିତିରେ ମହିଳାଙ୍କୁ ଦୁଷ୍କର୍ମ କଲେ ଘର ମାଲିକ

ହାଇଦ୍ରାବାଦରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ !

ହାଇଦ୍ରାବାଦ : ହାଇଦ୍ରାବାଦର କୋମପାଲିରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ୱାମୀ ଓଡିଶା ଆସିଥିବା ବେଳେ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ...

Login