
ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।