The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୩୮ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୪୮୭ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୬୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌‌ ବୟସର ୩୩ ଜଣ ରହିଛନ୍ତି ।
ସୂଚନା ଅନୁଯାୟୀ,ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login