
ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୬୧୫ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୭୫୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୫୨୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Views: 231