The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୨୯ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୮୮୯ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌‌ ବୟସର ୩୯ ଜଣ ରହିଛନ୍ତି ।

ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login