
ଭୁବନେଶ୍ୱର : ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଆଜି ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି । ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି । ସେହି ମୃତକ ମାନକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ରାୟଗଡ଼ା, ପୁରୀ, ମୟୁରଭଞ୍ଜ, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କଟକ, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୁଚନା ଅନୁଯାୟୀ , ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨୩୬୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୬୪୨୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୬୩୩୯୬ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏବେ ସୁଦ୍ଧା ୨୭୪୪୩୭୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Views: 254