The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପୁଣି ୧୦୫ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ

There are 105 cases of coronary heart disease in the state
Facebook
Twitter
LinkedIn

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୦୫ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି । ୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା ବେଳେ, ଆଉ ୪୩ ଜଣ ସ୍ଥାନୀୟ ସଂକ୍ରମଣରୁ ଚି଼ହ୍ନଟ ହୋଇଛନ୍ତି । ତେବେ ୧୨ ବୟସରୁ କମ ବୟସ୍କ ୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଥିବାରୁ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ମିଳିଛି ।


ତେବେ ଆଜି ୪୮ ଜଣ କରୋନା ସଂକ୍ରମିତ ଖୋର୍ଦ୍ଧା ଜିଲ୍ଲାରୁ ଚି଼ହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୪ଜଣ, ଗଞ୍ଜାମରୁ ୪ଜଣ, ଯାଜପୁରରୁ ୫ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୪୮ ଜଣ, ମୟୁରଭଞ୍ଜରୁ ୨ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ଟେଷ୍ଟ ପୁଲରୁ ୧୨ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି ।


ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦ ଲକ୍ଷ ୫୦ ହଜାର ୩୫୪ ଜଣ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତି । ସେହିପରି ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୯ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି କିନ୍ତୁ ଏବେବି ୨ ହଜାର ୨୦୫ ଜଣଙ୍କ ଲୋକ ଏହି ସଂକ୍ରମଣ ରେ ସଂକ୍ରମିତ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login