The Ultimate Managed Hosting Platform
ADVERTISEMENT

ରାଜ୍ୟରେ ବଢିଛି ସଡ଼କ ଦୁର୍ଘଟଣା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା। ପାଞ୍ଚ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା। ୨୦୨୨ରେ ୫ ହଜାର ୪୬୭ ଜଣଙ୍କ ଜୀବନ ଯାଇଥିବା ବେଳେ ୧୧ ହଜାର ୬୬୩ ଜଣ ଦୁର୍ଘଟଣାରେ ଆହତ ହୋଇଛନ୍ତି । ସେହିପରି ଗତ ପାଞ୍ଚ ବର୍ଷରେ ମୋଟ ୫୪ ହଜାର ,୭୯୦ଟି ସଡ଼କ ଦୁର୍ଘଟଣା ହୋଇଛି। ଯେଉଁଥିରେ ୨୫ ହଜାର ୯୩୪ ଜଣଙ୍କ ଜୀବନ ଯାଇଛି। ଆଉ ଆହତ ହୋଇଛନ୍ତି ୫୧ ହଜାର ୮୭୩ ଜଣ। ଗତ ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏହି ସୂଚନା ଦେଇଥିଲେ।
ସେହିପରି ସଡ଼କ ସଚେତନତା ବାବଦକୁ ୫ ବର୍ଷରେ ୭୯ କୋଟି ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର। ଅଜଣା ଗାଡ଼ି ଧକ୍କା ଦ୍ବାରା ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ଓ ଗୁରୁତର ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login