ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷୁଛି । ଆହୁରି ବର୍ଷିବ । ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି ପ୍ରବଳ ବର୍ଷା ନେଇ ବରଗଡ଼, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହା ସହ ବିଜୁଳି ସହ ଘଡ଼ଘଡ଼ି ବର୍ଷା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Views: 8