ଭୁବନେଶ୍ୱର : ରାଜ୍ୟରେ ଦିନକରେ ୩୦୦ ଉପରେ ସଂକ୍ରମଣ ଚିହ୍ନଟ । ଗତ ୨୪ ଘଣ୍ଟାରେ ୩୮୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ମୋଟ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୩୦୩୨କୁ ବୃଦ୍ଧି ପାଇଛି । ତେବେ ଦିନକରେ ସୁସ୍ଥ ହୋଇଛନ୍ତି ୨୭୬ କରୋନା ଆକ୍ରାନ୍ତ ।
ଅନ୍ୟପଟେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୮,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୭୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୧୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୯,୧୬୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୪୫କୁ ବୃଦ୍ଧି ପାଇଛି।
Views: 80