The Ultimate Managed Hosting Platform
ADVERTISEMENT

ରାଜ୍ୟର ୧୨ ଜିଲ୍ଲାକୁ ବର୍ଷା ସତର୍କତା , ୫୦ କି.ମି ପବନ ଝଟକା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର: ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମାଝଡ଼ ପ୍ରଭାବରେ କାଲିଠୁ ପାଗ ମେଘୁଆ ରହିଥିବାବେଳେ ଆଜିଠୁ ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ରାଜ୍ୟରେ ଘଡଘଡି ବିଜୁଳି ସହିତ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
ସୂଚନା ଅନୁଯାୟୀ ବୁଧବାର ରାଜ୍ୟର ଦାରିଙ୍ଗବାଡ଼ି, ଭବାନୀପାଟଣା ଓ ବାଲେଶ୍ୱର ଆଦିରେ ହାଲୁକା ବର୍ଷା ହୋଇଛି। ତେବେ ଗୁରୁବାର ବର୍ଷାର ପ୍ରକୋପ ବୃଦ୍ଧି ପାଇବାକୁ ଥିବା ବେଳେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ବିଜୁଳି ଘଡ଼ଘଡ଼ ସହିତ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ମଧ୍ୟ ବୃଦ୍ଧି ହୋଇ ଘଣ୍ଟା ପ୍ରତି ୪୦-୫୦ କିମି ପହଞ୍ଚିବ।
ଦିନ ତମାମ କୋହଲା ପାଗ, ତା ସାଙ୍ଗକୁ ପୂର୍ବାଳୀ ପବନ। କେଉଁଠି କେଉଁଠି ଝିପିଝିପି ବର୍ଷା। ପଶ୍ଚିମା ଝଡ଼ ପ୍ରଭାବରେ ବୁଧବାର ସାରା ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। କୋହଲା ପାଗ ଯୋଗୁଁ ଉପରମୁହାଁ ଥିବା ତାପମାତ୍ରାରେ ହ୍ରାସ ଘଟିଛି। ଭୁବନେଶ୍ୱରରେ ତାପମାତ୍ରା ୭ ଡିଗ୍ରୀ ହ୍ରାସ ହୋଇଥିବା ବେଳେ ବହୁ ସ୍ଥାନରେ ପାରଦ ୩-୪ ଡିଗ୍ରୀ ପର‌୍ୟ୍ୟନ୍ତ କମିଛି। ଆଗାମୀ ୩-୪ ଦିନ ପର‌୍ୟ୍ୟନ୍ତ ପଶ୍ଚିମାଝଡ଼ ପ୍ରଭାବ ରହିବାକୁ ଥିବାରୁ ଆହୁରି ୨-୩ ଡିଗ୍ରୀ ପର‌୍ୟ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login