ଭୁବନେଶ୍ୱର : ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । କାଲି ଆସିବେ , ରାତ୍ରୀ ଯାପନ କରିବେ । ସୁରକ୍ଷା ଦାୟିତ୍ୱରେ ୧୨ ଏଡିସିପି , ୨୫ ଏସିପି , ୪୦ ଇନସ୍ପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ । ସମ୍ପୁର୍ଣ୍ଣ ସୁରକ୍ଷା ଦାୟିତ୍ୱରେ ୩୬ ପ୍ଲାଟୁନ ଫୋର୍ସ ରହିବେ । ୧୬୦ ଟ୍ରାଫିକ କର୍ମଚାରୀ , ୧୫୦ ହୋମଗାର୍ଡ ମଧ୍ୟ ମୁତୟନ ହେବେ । ପ୍ରେସମିଟ କରି ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ।
୨୫ ତାରିଖରେ ରାଜଭବନରେ ରାତ୍ରୀ ଯାପନ କରିବେ । ୨୬ ତାରିଖରେ କଟକରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ୟ୍ୟକ୍ରମ ରହିଛି । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ହାଇକୋର୍ଟ ମୁଖ୍ୟବିଚାରପତି ଜଷ୍ଟିସ ଏସ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଗଦେବେ । ସକାଳ ୧୦ଟା ୪୫ ମିନିଟରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହେବ । ବ୍ରହ୍ମକୁମାରୀଙ୍କ କାର୍ଯ୍ୟକ୍ରମ ପରେ ମହାମହିମଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଆୟୋଜନ ହୋଇଛି।
ରାଷ୍ଟ୍ରପତିଙ୍କ ପାଇଁ ୩୬ ପ୍ଲାଟୁନ ଫୋର୍ସ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...