ଭୁବନେଶ୍ୱର : ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । କାଲି ଆସିବେ , ରାତ୍ରୀ ଯାପନ କରିବେ । ସୁରକ୍ଷା ଦାୟିତ୍ୱରେ ୧୨ ଏଡିସିପି , ୨୫ ଏସିପି , ୪୦ ଇନସ୍ପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ । ସମ୍ପୁର୍ଣ୍ଣ ସୁରକ୍ଷା ଦାୟିତ୍ୱରେ ୩୬ ପ୍ଲାଟୁନ ଫୋର୍ସ ରହିବେ । ୧୬୦ ଟ୍ରାଫିକ କର୍ମଚାରୀ , ୧୫୦ ହୋମଗାର୍ଡ ମଧ୍ୟ ମୁତୟନ ହେବେ । ପ୍ରେସମିଟ କରି ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ।
୨୫ ତାରିଖରେ ରାଜଭବନରେ ରାତ୍ରୀ ଯାପନ କରିବେ । ୨୬ ତାରିଖରେ କଟକରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ୟ୍ୟକ୍ରମ ରହିଛି । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ହାଇକୋର୍ଟ ମୁଖ୍ୟବିଚାରପତି ଜଷ୍ଟିସ ଏସ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଗଦେବେ । ସକାଳ ୧୦ଟା ୪୫ ମିନିଟରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହେବ । ବ୍ରହ୍ମକୁମାରୀଙ୍କ କାର୍ଯ୍ୟକ୍ରମ ପରେ ମହାମହିମଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଆୟୋଜନ ହୋଇଛି।
ରାଷ୍ଟ୍ରପତିଙ୍କ ପାଇଁ ୩୬ ପ୍ଲାଟୁନ ଫୋର୍ସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











