The Ultimate Managed Hosting Platform
ADVERTISEMENT

ରାସ୍ତା କଡକୁ ଖସିଲା ବାଇକ , ଦୁଇ ଗୁରୁତର ଦୁଇ ଜଣଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ବାଲେଶ୍ୱର : ରାସ୍ତା କଡକୁ ଖସିଲା ବାଇକ । ବାଲେଶ୍ୱର ଗୁଜୁରୀ ବଜାର ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତଦେହ ନିକଟରୁ ୨ଟି କଟରୀ ଜବତ ହୋଇଛି ।
ସୂଚନା ଅନୁଯାୟୀ ଗୋଟିଏ ବାଇକରେ ଯାଉଥିଲେ ୪ ଜଣ ଯୁବକ । ଏହିସମୟରେ ଗାଡିଟି ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଡିଭାଇଡରରେ ପିଟି ହୋଇ ରାସ୍ତା ତଳକୁ ଖସିପଡିଥିଲା । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତରଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକ ଦ୍ୱୟ ହେଲେ କାଶିମା ବାଦର ଓ ବାପି ମୁର୍ମୁ । ସମସ୍ତ ଯୁବକ ନିଶାସକ୍ତ ଅବସ୍ଥାରେ ଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login