The Ultimate Managed Hosting Platform
ADVERTISEMENT

ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ୧୫ ଗୁରୁତର

Facebook
Twitter
LinkedIn

ଢେଙ୍କାନାଳ : ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ । ରାସ୍ତା କଡ଼କୁ ଓଲଟିଲା ସମଲେଇ ବସ୍ । ଦୁର୍ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ସମଲେଇ ବସ୍‌ଟି ପ୍ରାୟ ୩୫ ଜଣ ଯାତ୍ରୀଙ୍କୁ ନେଇ ବଣସିଂହରୁ ଢେଙ୍କାନାଳ ଆସୁଥିଲା । ବସ୍‌ଟି ଦ୍ରୁତ ଗତିରେ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ରାସ୍ତାକଡ଼କୁ ଓଲଟିପଡିଥିଲା । ଯାହାଫଳରେ ଗାଡିରେ ଥିବା ଅନେକ ଯାତ୍ରୀ ଗୁରୁତର ହୋଇଥିଲେ ।
ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟଲୋକେ ବସ୍‌ରୁ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଏହି ଦୁର୍ଘଟଣାରେ ପ୍ରାୟ ୧୫ ଜଣ ଯାତ୍ରୀ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତର ଥିବା ଯାତ୍ରୀ ମାନେ ତରଭା, ଖମାର ଓ ଢେଙ୍କାନାଳ ସହର ଆଖପାଖର ବୋଲି ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login