ନୂଆଦିଲ୍ଲୀ : ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଜର୍ମାନୀରେ ବାହାଘର ହୋଇଥିବା ବେଳେ ଦିଲ୍ଲୀରେ ରିସେପସନ ପାର୍ଟି ଦେଇଛନ୍ତି । ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ । ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ । ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ।
ଉଲ୍ଲେଖ ଥାଉ କି ପୁରୀର ପୂର୍ବତନ ସାଂସଦ ତଥା ବରିଷ୍ଠ ଆଇନଜୀବୀ ପିନାକୀ ମିଶ୍ର ଜର୍ମାନୀରେ ତୃଣମୂଳ କଂଗ୍ରେସର ବହୁଚର୍ଚ୍ଚିତ ସାଂସଦ ମହୁଆ ମୈତ୍ରଙ୍କୁ ବିବାହ କରିଥିଲେ । ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । କିଛି ନିର୍ଦ୍ଦିଷ୍ଟ ଅତିଥିଙ୍କ ଉପସ୍ଥିତିରେ ଜୁନ ୩ ତାରିଖରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା।
ରିସେପସନ ପାର୍ଟି ଦେଲେ ପିନାକୀ ମିଶ୍ର-ମହୁଆ ମୈତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











