ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହା ନେଇପାରେ ବାତ୍ୟାର ରୂପ । ଯଦି ଲଘୁଚାପଟି ବାତ୍ୟାର ରୂପ ନିଏ ତେବେ କେଉଁଠି ଲ୍ୟାଣ୍ଡଫଲ୍ କରିବ ତାକୁ ନେଇ ବିଭିନ୍ନ ମଡେଲ ଆକଳନ କରିବା ଆରମ୍ଭ କରିଛନ୍ତି । କିଛି ମଡେଲ ବାତ୍ୟାଟି ବାଂଲାଦେଶରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରୁଥିବା ବେଳେ କିଛି ମଡେଲ ଆନ୍ଧ୍ର ଉପକୂଳ ଆଡକୁ ଇଙ୍ଗିତ କରୁଛି । ଆନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସ ବାତ୍ୟାର ଲ୍ୟାଣ୍ଡଫଲ ନେଇ ଆକଳନ କରି ନଥିଲେ ମଧ୍ୟ ବାତ୍ୟାର ପ୍ରଭାବ ଭାରତ କିମ୍ବା ବାଂଲାଦେଶରେ ପଡ଼ିପାରେ ବୋଲି ଆକଳନ କରିଛନ୍ତି ।ବାତ୍ୟା ନେଇ ଆଇଏମଡି ପକ୍ଷରୁ କୌଣସି ଆକଳନ କରାଯାଇ ନଥିବା ବେଳେ କେବଳ ଅବପାତ ହେବ ବୋଲି ସୂଚନା ଦିଆଯାଇଛି । ଆଜି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଦକ୍ଷିଣ ଆଣ୍ଡାମାନ୍ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଲଘୁଚାପ ନେବ ବାତ୍ୟାର ରୂପ !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











