The Ultimate Managed Hosting Platform
ADVERTISEMENT

ଲଘୁଚାପ ପ୍ରଭାବରେ ଆଜି ସାରା ଓଡିଶାରେ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ପୁଣି ଲଘୁଚାପ ପ୍ରଭାବରେ ବଷା ର୍ଜାରି । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର। ଏହା ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login