ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପ୍ରଭାବିତ ହୋଇଛି ଜନଜୀବନ । ଆସନ୍ତା ୩୦ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ସକ୍ରିୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷୁଛି । ଗତକାଲି ପ୍ରବଳ ବର୍ଷା ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିଲା ।
Views: 75











