ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ହିନ୍ଦୀ ଶିକ୍ଷକ ସଂଘର ପୁର୍ବତନ ସଭାପତି ତଥା ଲୋକପ୍ରିୟ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତିଙ୍କୁ ସେବା ନିବୃତ୍ତ ଭବ୍ୟସମ୍ବର୍ଦ୍ଧନା ଦିଆଯାଇଛି।ତିର୍ତୋଲ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷୟତ୍ରୀ ସଂଯୁକ୍ତା ସେଠୀଙ୍କ ସଭାପତିତ୍ୱରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ତିର୍ତ୍ତୋଲ ବିଇଓ ଅକ୍ଷୟ କୁମାର ବେହେରା, ସମ୍ମାନିତ ଅତିଥି ଭାବେ କୁଜଙ୍ଗ ବିଇଓ ପବିତ୍ର କୁମାର କର, ସମେତ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ଲୋକପ୍ରିୟ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତିଙ୍କ କୃତୀ ଶିକ୍ଷକ ଜୀବନର ସ୍ମୃତି ଚାରଣ କରିଥିଲେ।ଏହି ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲାର କୋଣଅନୁକୋଣରୁ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ,ପ୍ରାକ୍ତନ ଛାତ୍ରୀ ଓ ବର୍ତ୍ତମାନର ଛାତ୍ରୀ ମାନେ ବିଦାୟୀ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତିଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ ଓ ବିଭିନ୍ନ ଉପକରଣ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତି ଏରସମା ବ୍ଲକ ଗଡବିଶୁନପୁର,ତିର୍ତ୍ତୋଲ, ମଣିଜଙ୍ଗା ଆଦି ହାଇସ୍କୁଲରେ ଦୀର୍ଘ ଚାରି ଦଶନ୍ଧି ଧରି ଶିକ୍ଷକତା କରିବା ସହ ଜିଲ୍ଲାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରି ଲୋକପ୍ରିୟତା ହାସଲ କରିଥିଲେ।
ଲୋକପ୍ରିୟ ହିନ୍ଦୀ ଶିକ୍ଷକଙ୍କୁ ସେବା ନିବୃତ୍ତ ଭବ୍ୟ ସମ୍ବର୍ଦ୍ଧନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











