ଭୁବନେଶ୍ୱର : ଶଂଖ ଭବନରେ ଦାମୋଦର ରାଉତଙ୍କ ପାର୍ଥୀବ ଶରୀରର ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଦୀର୍ଘଦିନ କାର୍ୟ୍ୟ କରିଥିଲେ ବରିଷ୍ଠ ନେତା ଦାମୋଦର ରାଉତ । ଏହା ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାମଙ୍କ ବିୟୋଗରେ ଟ୍ୱିଟ୍ ଜରିଆରେ ଶୋକ ପ୍ରକାଶ କରିବା ସହ ତାଙ୍କ କାର୍ୟ୍ୟ ଦକ୍ଷତାକୁ ସ୍ମରଣ କରିଥିଲେ ।
Views: 89











