The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଶରଧାବାଲିରେ ଠେଲାପେଲା , ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ପୁରୀ : ଶରଧାବାଲିରେ ଠେଲାପେଲା । ୩ ଜଣ ଭକ୍ତଙ୍କର ଜୀବନ ଯାଇଥିବା ସୂଚନା । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା । ବିଳମ୍ବିତ ରାତିରେ ଘଟିଛି ଅଘଟଣ । ଦର୍ଶନ ପାଇଁ ଅତ୍ୟଧିକ ଭିଡ ଯୋଗୁଁ ଅଘଟଣ ସୂଚନା । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ।ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା , ୯ ଶ୍ରମିକ ନିଖୋଜ

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା , ୯ ଶ୍ରମିକ ନିଖୋଜ

ଉତ୍ତରାଖଣ୍ଡ : ଗତକାଲି ରାତିରୁ ଉତ୍ତରାଖଣ୍ଡର ପାହାଡ଼ି ଜିଲ୍ଲାଗୁଡ଼ିକରେ ବାଦଲ ଫଟା ବର୍ଷା । ଉତ୍ତରକାଶୀ ଜିଲ୍ଲାରେ ଏକ ହୋଟେଲ ନିର୍ମାଣରେ ନିୟୋଜିତ ଥିବା ନଅ ଜଣ...

ADVERTISEMENT
ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪ ଯାଏଁ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର...

Login