ଭୁବନେଶ୍ବର: ଆଜି ମଣ୍ଡପରେ ମା’ଙ୍କ ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ନବମୀ ପୂଜା କରାଯାଉଛି । ଏ ନେଇ ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ପାର୍ବଣର ଅମୃତ ଲଗ୍ନରେ ମା’ଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଶାନ୍ତି ଓ ଆନନ୍ଦ ଭରି ଦେଉ ବୋଲି ପ୍ରାର୍ଥନା କରୁଛି କହିଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଗାପୂଜାକୁ ନେଇ ସାରା ରାଜ୍ୟରେ ଏକ ପ୍ରକାର ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଗାଁଠୁ ସହର ସବୁଠି ପୂଜାକୁ ନେଇ ଉତ୍ସାହର ମାହୋଲ ।

Views: 82