ଛତ୍ରପୁର : ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା । ସ୍କୁଲ ଗେଟରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ । ଗଞ୍ଜାମ ଜିଲ୍ଲା ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା । ସୂଚନା ମୁତାବକ, ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ୬୦ ଜଣ ଛାତ୍ରଛାତ୍ରୀ ପାଠ ପଢ଼ିଥାନ୍ତି । ସ୍କୁଲରେ ମୋଟ ୪ ଜଣ ଶିକ୍ଷକ ଅଛନ୍ତି । ତେବେ ସ୍କୁଲର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲେଇ ଅନ୍ୟ ସ୍ଥାନକୁ ବଦଳି କରାଯାଉଥିବାରୁ ଏହାକୁ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀଙ୍କ ଏବଂ ଅବିଭାବକ । ବଦଳି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଆଜି ସକାଳୁ ସ୍କୁଲର ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି । ଯେ ପର୍ୟ୍ୟନ୍ତ ଶିକ୍ଷକଙ୍କ ବଦଳି ବାତିଲ ହୋଇନାହିଁ ସେ ପର୍ୟ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି ।
Views: 64











