ଭୁବନେଶ୍ୱର : ରାଜ୍ୟର ଶିଶୁବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା । ଶିଶୁ ସେବିକା ନିୟୋଜନ ନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ପିଲାଙ୍କ ଯତ୍ନନେବା ସହ ସହାୟତା କରିବେ ଶିଶୁ ସେବିକା । ପିଲାଙ୍କ ହାତଧୂଆ , ଖାଇବା, ଟଏଲେଟ ଯିବାରେ ସହଯୋଗ କରିବେ । ପିଲା କାନ୍ଦିଲେ କିମ୍ବା ଅଝଟ ହେଲେ ସେମାନଙ୍କୁ ବୁଝାଇବେ । ପିଲାଙ୍କୁ ବହି ଖେଳଣା ଆଦି ବିଭିନ ୍ନସହାୟକ ଜିନିଷ ଯୋଗାଇବେ । ପିଲା କୈାଣସି କାରଣରୁ ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ । ପ୍ରତ୍ୟେକ ଦିନ ପିଲାଙ୍କ ଦିନ କେମିତି କଟିଲା ନୋଟ ପ୍ରସ୍ତୁତ କରିବେ । ପାଚିକାମାନଙ୍କ ସମାନୁପାତିକ ହାରରେ ଦରମା ପାଇବେ ଶିଶୁ ସେବିକା । ଶିକ୍ଷକଙ୍କ ଉପରୁ ଅଣ-ଶିକ୍ଷା କାର୍ଯ୍ୟ ହାଲକା କରିବାକୁ ଲକ୍ଷ୍ୟ ।
ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ (ଋଦ୍ଭକ୍ସକ୍ଟକ୍ଷଜ୍ଞରଦ୍ଭଗ୍ଧ) ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।
ଶିଶୁବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା, ପାଚିକାମାନଙ୍କ ସମାନୁପାତିକ ହାରରେ ଦରମା ପାଇବେ

Facebook
Twitter
LinkedIn
Facebook
Twitter
LinkedIn
Recent News
ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଭାବେ ମଧ୍ୟ...
ଜନ୍ମବେଦୀକୁ ଯିବେ ଶ୍ରୀଜିଉ
ପୁରୀ : ଆଉ କିଛି ସମୟ ପରେ ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ । ଅଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡିରେ ଜନ୍ମବେଦୀକୁ...
ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ
ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...