ଭୁବନେଶ୍ୱର : ୫ ବର୍ଷ ଯାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି ବଜେଟ ପ୍ରବଧାନ । ଗୃହରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ଉତ୍ତର । ୫୮ଟି ଉପଖଣ୍ଡରେ ଶୀତଳ ଭଣ୍ଡାର ପିପିପି ମୋଡରେ ହେବ । ଏ ନେଇ ଗୋ ସୁଗମ ଆପରେ ୧୩ଟି ଆବେଦନ ଆସିଛି । ୩ ଆବେଦନ କାର୍ଯ୍ୟକୁ ଆଗେଇବାକୁ ଗୋ ଆହେଡ ଦିଆଯାଇଛି । ଏଥିରୁ ପୁରୀ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟେ ଲେଖାଏଁ ଅଛି । ଗୋଟିଏ ଅଚଳ ଶୀତଳ ଭଣ୍ଡାର ଖୋଲିବାକୁ ପଦ କ୍ଷେପ ନିଆଯାଉଛି । ବିଧାନସଭାରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପଚାରିଥିଲେ, ଯେଉଁ ସରକାର ସାର ଯୋଗାଇ ପାରିଲେନି ସେ ସରକାର ଶୀତଳ ଭଣ୍ଡାର କେମିତି କରିବେ। ଏହାର ଉତ୍ତରରେ ରାଜା ସ୍ୱାଇଁଙ୍କ ଉପରେ ଦୋଷ ଲଦିଲେ କେ ଭି ସିଂହଦେଓ। ସେ କହିଲେ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିଜେ କୃଷି ମନ୍ତ୍ରୀ ଥିବା ବେଳେ ତ ଶୀତଳ ଭଣ୍ଡାର କଲେ ନାହିଁ। ଆମ ସରକାର କରିବାକୁ ଚେଷ୍ଟା କଲା ବେଳେ ପ୍ରଶ୍ନ କରୁଛନ୍ତି। ଆମ ସରକାର ୨ ଲକ୍ଷ ମେଟ୍ରିକ ଟନରୁ ଅଧିକ ସାର ଚାଷୀଙ୍କୁ ଯୋଗାଇ ଦେଇଛନ୍ତି। ହେଲେ କୃତ୍ରିମ ଆନ୍ଦୋଳନ ସୃଷ୍ଟି କରାଯାଇଛି। ସାର ଆନ୍ଦୋଳନ ଯେଉଁଠି ହେଉଛି, କେତେ ବିଧାୟକ ଯାଇକି ସମୀକ୍ଷା କରିଛନ୍ତି। ଆପଣଙ୍କ ସମୟରେ ଶୀତଳ ଭଣ୍ଡାର କଲେ ନାହିଁ. ଆମେ କରିକି ଦେଖାଇବୁ।ସବୁ ସବଡ଼ିଭିଜନରେ ଶୀତଳ ଭଣ୍ଡାର କରିବୁ।
ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି ; ଉପମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











